ଶ୍ରୀମନ୍ଦିରରେ ଆତଙ୍କବାଦୀ ଆକ୍ରମଣ ନେଇ ଦୁଇଟି ସ୍ଥାନରେ ଧମକପୂର୍ଣ୍ଣ ଲେଖା !

ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା। ପରିକ୍ରମା ମାର୍ଗ ବାଲିସାହି ପ୍ରବେଶପଥର ଏକ ମନ୍ଦିର କାନ୍ଥରେ ଆତଙ୍କବାଦୀ ଆକ୍ରମଣ ନେଇ ଦୁଇଟି ସ୍ଥାନରେ ଧମକପୂର୍ଣ୍ଣ ଲେଖା। ଲାଗିଥିବା ଏକାଧିକ ଡେକୋରେଟିଭ୍ ଲାଇଟ୍‌ ମଧ୍ୟ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ପରିକ୍ରମା ପ୍ରକଳ୍ପରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ। ଖୋଲାଖୋଲି ସୁରକ୍ଷା କର୍ମୀଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି ଦୁବୃର୍ତ୍ତ। ମଦ ନିଶାରେ ହେଉ ଅବା ଜାଣତରେ ହେଉ ପୁରୀ ପୁଲିସକୁ ଦିଆଯାଇଛି ଚ୍ୟାଲେଞ୍ଜ । ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା । ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି। ଫୋନ୍ କର, ନକଲେ ମହାତାଣ୍ଡବ ବୋଲି ଲେଖାଯାଇଛି । ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନାଁ ମଧ୍ୟ ଲେଖାଯାଇଛି । ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି । ତେବେ କିଏ ଓ କାହିଁକି କରିଛି ତାହା ଜଣାପଡ଼ିନାହିଁ । ଏକାଧିକ ସ୍ଥାନରେ ସିସିଟିଭି ଲାଗିଛି । ସିକ୍ୟୁରିଟି ଗାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ହେଲେ ଆତଙ୍କବାଦୀଙ୍କ ନାଁ ନେଇ ଏପରି ଲେଖିଲା କିଏ? ତା’କୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)