କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣା; ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା ।

ଅକ୍ଷର ବ୍ୟୁରୋ: ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣା । ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା । ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଏତଲା । ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଥିବା ଅଭିଯୋଗ । ବିଭିନ୍ନ ସଂଗଠନ ପକ୍ଷରୁ ଉଭୟଙ୍କ ନାଁରେ ଥାନାରେ ଏତଲା । ହ୍ୟୁମାନଙ୍କ ମା’ଙ୍କୁ ଦୁର୍ବ୍ୟବହାର ଘଟଣାକୁ ବି ବିରୋଧ କରି ଏତଲା ଦିଆଯାଇଛି । ଅଭିଯୋଗ ଅନୁଯାୟୀ, ହ୍ୟୁମାନ ସାଗର ଅସୁସ୍ଥ ଥିବା ସତ୍ତ୍ୱେ ତାଙ୍କୁ ଜୋର ଜବରଦସ୍ତ କାମ କରାଇଥିଲେ । ଏହାସହ ତାଙ୍କୁ ହତ୍ୟା କରାଯାଇଥିବା ସହ ମାଆଙ୍କୁ ଦୁର୍ବ୍ୟବହାର କରି ଅପଶବ୍ଦ ବ୍ୟବହାର ଅଭିଯୋଗରେ ହୋଇଛି ଏତଲା । କାରଣ ହ୍ୟୁମାନଙ୍କ ମୃତ୍ୟୁ ପରେ ମାଆ ଓ ତାଙ୍କ ମ୍ୟାନେଜରଙ୍କ ମଧ୍ୟରେ ହୋଇଥିଲା ଜୋରଦାର କଥା କଟାକଟି ।

ସୂଚନା ଥାଉକି, ହ୍ୟୁମାନ ସାଗରଙ୍କ ମୃତ୍ୟୁ ପରେ ଛିଡା ହୋଇଛି ଅନେକ ପ୍ରଶ୍ନବାଚୀ । ମାଆ ଶେଫାଳି ସୁନାଙ୍କ ଅଭିଯୋଗ ବି ଯଦି ସତ ତାହେଲେ ନିହାତି ସାଂଘାତିକ ଘଟଣା ଘଟିଛି । ହ୍ୟୁମାନଙ୍କ ମୃତ୍ୟୁ ପାଇଁ ୩ ଜଣଙ୍କୁ ଦାୟୀ କରିଛନ୍ତି ମାଆ ଶେଫାଳି ସୁନା । ସେମାନେ ହେଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ଟିମ୍ ସଦସ୍ୟ ପ୍ରଶାନ୍ତ ଏବଂ ପପୁ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)