ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୬ ମୃତ; ୪ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: କଳାହାଣ୍ଡି ଜିଲ୍ଲାରେ ଅଭାବନୀୟ ଘଟଣା । ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୬ ମୃତ। । ସେଣ୍ଟ୍ରିଙ୍ଗ କାଢ଼ିବା ବେଳେ ସମସ୍ତେ ଚାପି ହୋଇଯାଇଥିବା ଜଣାପଡ଼ିଛି । ଏହି ଦୁର୍ଘଟଣାରେ ଜଣେ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି । ମୃତକଙ୍କ ମଧ୍ୟରେ ୩ ମିସ୍ତ୍ରୀ, ଜଣେ ଶ୍ରମିକ, ମାଲିକ ଏବଂ ତାଙ୍କ ପୁଅ ଅଛନ୍ତି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)