ବିଦେଶ ଯାତ୍ରା କରିବେ ବାଚସ୍ପତି ସୁରମା ପାଢ଼ୀ, ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବେ ବାଚସ୍ପତି ।

ବିଦେଶ ଯାତ୍ରା କରିବେ ବାଚସ୍ପତି ସୁରମା ପାଢ଼ୀ । ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଚଳିତ ମାସ ୫ରୁ ୧୯ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ । ଏ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ, ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବାବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବବୃହତ୍ତମ ରାଷ୍ଟ୍ର । ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ, ପାର୍ଲାମେଣ୍ଟ ସଦସ୍ୟ, ୨୨ଟି ରାଜ୍ୟର ବାଚସ୍ପତି, ଉପବାଚସ୍ପତି ଓ ସଚିବ ଏହି ସମ୍ମିଳନୀରେ ଯୋଗଦେଉଛନ୍ତି । ଚଳିତ ମାସ ୫ ତାରିଖ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରି ଲଣ୍ଡନ ଦେଇ ୬ ତାରିଖ ବାର୍ବାଡୋସ୍‌ରେ ପହଞ୍ଚିବେ । ୬ ରୁ ୧୧ ତାରିଖ ପର୍ଯ୍ୟନ୍ତ ବାର୍ବାଡୋସ୍‌ର ରାଜଧାନୀ ବ୍ରିଜ୍‌ଟାଉନ୍‌ଠାରେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)