ଆସନ୍ତାକାଲି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ‘ବନକଲାଗି’ ନୀତି ।

ଅକ୍ଷର ବ୍ୟୁରୋ: ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କ ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ହେଉଛି ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ସେବା। ଦତ୍ତମହାପାତ୍ର ସେବକମାନେ ପାରମ୍ପରିକ ପ୍ରାକୃତିକ ରଙ୍ଗ ଯଥା-ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ବ୍ୟବହାର କରି ମହାପ୍ରଭୁଙ୍କ ଶ୍ରୀମୁଖକୁ ଉଜ୍ଜ୍ୱଳ କରିଥାନ୍ତି। ଏହାଦ୍ୱାରା ମହାପ୍ରଭୁଙ୍କ ଶ୍ରୀମୁଖ ପୁଣି ଥରେ ନୂତନ ରୂପ ପାଏ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)