ଅକ୍ଷର ବ୍ୟୁରୋ: ଚାଷୀଙ୍କୁ ଆତଙ୍କିତ କରୁଛି ସମ୍ଭାବ୍ୟ ବାତ୍ୟା । ଅସ୍ତବ୍ୟସ୍ତ ଭାବେ ବିଲରୁ ଧାନ କାଟି ନେଉଛନ୍ତି ଚାଷୀ । ବିଶେଷ କରି ମାଲକାନଗିରି ଜିଲ୍ଲାରେ ଆଗାମି ୩ ଦିନ ଧରି ରେଡ ଆଲର୍ଟ ଜାରି ହୋଇ ଥିବାରୁ ଲୋକେ ଆତଙ୍କିତ ହୋଇ ପାଚିଲା-ଅପାଚିଲା ଧାନ ସବୁ କାଟି ନେଉଛନ୍ତି । ଧାନ କଟା ମେସିନ ପାଇବା ଲାଗି ଚାଷୀଙ୍କ ଧାଡି ଲାଗିଛି । ମାଲକାନଗିରି ଏମଭି ୪୩ ଗାଁରେ ଦିନ ରାତି ଧାନ କଟା ଜାରି ରଖିଛନ୍ତି ଚାଷୀ ।
ସେପଟେ ବାତ୍ୟାକୁ ନେଇ ସଜାଗ ମତ୍ସ୍ୟଜୀବୀ । ଚିଲିକାରୁ ମତ୍ସ୍ୟଜୀବୀମାନେ ଡଙ୍ଗା, ଜାଲ ମେସିନକୁ ସୁରକ୍ଷିତ ସ୍ଥାନକୁ ନେଇ ଆସୁଛନ୍ତି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ସହ ସହ ମତ୍ସ୍ୟଜୀବୀ ଚିଲିକାରେ ମାଛ ଧରିବା ଛାଡ଼ି ଉଚ୍ଚ ସ୍ଥାନକୁ ଚାଲି ଆସିଛନ୍ତି । ପୂର୍ବ ବାତ୍ୟାରେ ଚିଲିକାରେ ମତ୍ସଜୀବୀମାନଙ୍କର ଡଙ୍ଗା ଜାଲ ସମସ୍ତ ସାମଗ୍ରୀ କ୍ଷତି ହୋଇଥିଲା, ଯାହାର ଆଜି ପର୍ଯ୍ୟନ୍ତ କ୍ଷତି ପୂରଣ ମିଳି ପାରିନାହିଁ । ପୁଣି ଆଉ ଏକ ବତ୍ୟା ଖବର ସୁଣି ସେମାନଙ୍କ ମନରେ ଛନକା ପସି ଯାଇଛି ।












Leave a Reply