ଅକ୍ଷର ବ୍ୟୁରୋ: ଚଳିତ ବର୍ଷ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଯୁକ୍ତ ୨ ପାସ୍ ଛାତ୍ରଛାତ୍ର । ରେଜଲ୍ଟ ପ୍ରକାଶ ପାଇବା ପରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କୌଣସି ଗୋଟିଏ ବିଷୟରେ ଇମ୍ପ୍ରୁଭମେଣ୍ଟ ପାଇଁ ସୁଯୋଗ ପାଇବେ । ପରୀକ୍ଷାର୍ଥୀ ଜଣଙ୍କ ପାସ୍ କରିଥିଲେ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ସୁଯୋଗ ମିଳିବ । ଜୁଲାଇ ପ୍ରଥମ ସପ୍ତାହରେ ହେବ ଇମ୍ପ୍ରୁଭମେଣ୍ଟ ପରୀକ୍ଷା । ୨୦୨୬ରେ ସବୁଥିରେ ପାସ୍ କରିଥିଲେ ଛାତ୍ରଛାତ୍ରୀ ଏହି ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ । ରେଗୁଲାର ଏବଂ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ମଧ୍ୟ ପରୀକ୍ଷା ଦେଇପାରିବ । ରି-ଚେକିଂ ପାଇଁ ମେ’ ୨୭ ସୁଦ୍ଧା ଆବେଦନ କରିହେବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।
ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଯୁକ୍ତ ୨ ପାସ୍ ଛାତ୍ରଛାତ୍ର; ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା ।















Leave a Reply