ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର,ଏପଟେ ବନ୍ୟା ପରିସ୍ଥିତି ସୃଷ୍ଟି ନେଇ ଆଶଙ୍କା ।

ଫୁଲୁଛି ସୁବର୍ଣ୍ଣରେଖା । ସତର୍କ ସଙ୍କେତ ଅତିକ୍ରମ କରି କ୍ରମଶଃ ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର । ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ମିଟର ରହିଥିବା ବେଳେ ସତର୍କ ସଙ୍କେତ ରହିଛି ୯.୪୫ ମିଟର । ତେବେ ଜଳସ୍ତର ଏବେ ସତର୍କ ସଙ୍କେତ ଅତିକ୍ରମ କରି ପ୍ରବାହିତ ହେଉଛି । ଫଳରେ ସୁବର୍ଣ୍ଣରେଖା ନଦୀରେ ଚଳିତ ବର୍ଷ ତୃତୀୟ ଥର ବନ୍ୟା ଆଶଙ୍କା ଦେଖା ଦେଇଛି। ଗତ କିଛି ଦିନ ଭିତରେ ସୁବର୍ଣ୍ଣରେଖା ନଦୀରେ ଦୁଇ ଥର ବନ୍ୟା ଆସିବା ଫଳରେ ବାଲିଆପାଳ, ଜଳେଶ୍ବର ଓ ଭୋଗରାଇ ବ୍ଲକର ଶତାଧିକ ଗାଁ ଜଳମଗ୍ନ ହୋଇଥିବା ବେଳେ ହଜାର ହଜାର ହେକ୍ଟର ଚାଷଜମିରେ ଫସଲ ଉଜୁଡି ଯାଇଥିଲା। ବନ୍ୟା ପାଣି ଚାଷଜମିରୁ ସମ୍ପୂର୍ଣ୍ଣ ନଛାଡୁଣୁ ପୁଣି ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବାଲିଆପାଳ, ଭୋଗରାଇ ଓ ଜଳେଶ୍ବର ବ୍ଲକର ଅନେକ ତଳିଆ ଅଞ୍ଚଳରେ ବନ୍ୟାପାଣି ପ୍ରବେଶ କରିଥିବା ବେଳେ ଚାଷ ଜମି ସମ୍ପୂର୍ଣ୍ଣ ଭାବରେ ବୁଡି ରହିଛି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial