୪ଲକ୍ଷ ୫୭ହଜାରରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା ।

ଅକ୍ଷର ବ୍ୟୁରୋ: ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା । ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ୫୭ ହଜାରରୁ ଅଧିକ ଯୋଗ୍ୟହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି । ୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା ହିତାଧିକାରୀଙ୍କୁ ଆଜି ପ୍ରଥମ କିସ୍ତି ମିଳିଛି । ସେହିପରି ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)