ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ଏବଂ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ କରିବା ନେଇ ହେବ ଆଲୋଚନା ।

ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା । ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଧ୍ୟ ମଗାଯାଇଥିଲା ତଥ୍ୟ । ଏନେଇ ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ସମୀକ୍ଷା ବୈଠକ ପୂର୍ବରୁ ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ। ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ । ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରିଚକିଆ ଥିବା ମହିଳାଙ୍କ ତଥ୍ୟ ମାଗ ଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା । ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି, ତାର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା । ତିନି ବିଭାଗର ରିପୋର୍ଟ ଆଧାରରେ ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ । ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ଏବଂ ଅଯୋଗ୍ୟ ହିତାଧିକାରୀଙ୍କୁ କାଢିବା ନେଇ ହୋଇପାରେ ନିଷ୍ପତ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)