ଆଜି ବସିବ ସୁଭଦ୍ରା ସମୀକ୍ଷା ବୈଠକ। ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ସୁଭଦ୍ରା ସମୀକ୍ଷା ବୈଠକ ପୂର୍ବରୁ ତିନି ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ। ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ। ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରିଚକିଆ ଥିବା ମହିଳାଙ୍କ ତଥ୍ୟ ମଗା ଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା। ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି, ତାର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା।
ତିନି ବିଭାଗର ରିପୋର୍ଟ ଆଧାରକୁ ନେଇ ଆଜି ବସିବ ସୁଭଦ୍ରା ସମୀକ୍ଷା ବୈଠକ। ଏହି ସବୁ ରିର୍ପୋଟକୁ ଆଧାର କରି ସୁଭଦ୍ରା ଯୋଜନାରେ ନୂଆ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରାଯିବ ଏବଂ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦିଆଯିବ ବୋଲି ସୂଚନା ମିଳୁଛି। ତେବେ ପର୍ଯ୍ୟାୟକ୍ରମେ କେତେ ଯୋଗ୍ୟ ହିତାଧିକାରୀ ବାଦ୍ ପଡିଛନ୍ତି ଏବଂ କେତେ ଅଯୋଗ୍ୟ ହିତାଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି, ତାହା ଜାଣିବା ବାକି ରହିଲା।












Leave a Reply