ଦୀଘାରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ଗଜପତି ମହାରାଜଙ୍କୁ ଚିଠି ଲେଖିଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ପଶ୍ଚିମବଙ୍ଗର ଦୀଘାରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ବାଲୁକା ଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ସୁଦର୍ଶନ ପଟ୍ଟନାୟକ (ପଦ୍ମଶ୍ରୀ) ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ, ପଶ୍ଚିମବଙ୍ଗର ଦୀଘା ଠାରେ ଶ୍ରୀ ଜଗନ୍ନାଥଙ୍କର ମନ୍ଦିର ନିର୍ମାଣ ପ୍ରଶଂସାଯୋଗ୍ୟ, କିନ୍ତୁ ଏହାକୁ ଜଗନ୍ନାଥ ଧାମ ଲେଖାଯିବା ଆଦୌ ଗ୍ରହଣୀୟ ନୁହେଁ। ଏଣୁ ଏହି ଘଟଣା ପ୍ରତି ଦୃଷ୍ଟି ଦେବା ସହ ବିହିତ ପଦକ୍ଷେପ ନେବା ଲାଗି ସୁଦର୍ଶନ ପଟ୍ଟନାୟକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ବିନମ୍ର ଅନୁରୋଧ କରିଛନ୍ତି।

ଏପଟେ ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗକୁ ମୁଁ ଦୃଢ଼ ପ୍ରତିବାଦ କରୁଛି କହିଲେ ପୁରୀ ସାଂସଦ ସମ୍ବିତ ପାତ୍ର। ସାରା ବିଶ୍ୱରେ ଗୋଟିଏ ଜଗନ୍ନାଥ ଧାମ ରହିଛି । ଅନ୍ୟ କୌଣସି ସ୍ଥାନକୁ ଜଗନ୍ନାଥ ଧାମ କୁହାଯାଇ ପାରିବ ନାହିଁ । ବିଶ୍ୱରେ ଚାରି ଧାମ ମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ଜଗନ୍ନାଥ ଧାମ ପୁରୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial