ଭୁବନେଶ୍ୱରରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ; ହାଇକୋର୍ଟ ବାର୍ ଆସୋସିଏସନର ଏକ କାର୍ଯ୍ୟକ୍ରମରେ ଦେବେ ଯୋଗ ।

ଅକ୍ଷର ବ୍ୟୁରୋ: ଭୁବନେଶ୍ୱରରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଏୟାରପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଥିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଜି କଟକରେ ହାଇକୋର୍ଟ ବାର୍ ଆସୋସିଏସନର ଏକ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ପ୍ରଧାନ ବିଚାରପତି ଭାବରେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ନ୍ୟାୟକୁ ସୁଗମ ଓ ସୁଲଭ କରିବା ନେଇ କରିବେ ଆଲୋଚନା । ଏହି ଆଲୋଚନା ଚକ୍ରରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ମଧ୍ୟ ଯୋଗଦେବେ । ଏଥିରେ ୫୦ ବର୍ଷରୁ ଅଧିକ ଅଭିଜ୍ଞ ଆଇନଜୀବୀ ସମ୍ବର୍ଦ୍ଧିତ ହେବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)