ଚାଉଳିଆଗଞ୍ଜ ଥାନା IIC ବ୍ୟୁଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁ, କ୍ୱାର୍ଟର୍ସରୁ ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ଅକ୍ଷର ବ୍ୟୁରୋ: କଟକ ଚାଉଳିଆଗଞ୍ଜ ଥାନାର ମହିଳା IIC ବ୍ୟୁଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସମଗ୍ର ପୁଲିସ ବିଭାଗ ସହ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଶନିବାର ତାଙ୍କର ମୃତଦେହ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।

ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଥିବାବେଳେ ବ୍ୟୁଟି ମହାନ୍ତିଙ୍କ ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହା ଆତ୍ମହତ୍ୟା କିମ୍ବା ଅନ୍ୟ କୌଣସି କାରଣରୁ ଘଟିଛି, ସେନେଇ ପୁଲିସ କୌଣସି ଆନୁଷ୍ଠାନିକ ସୂଚନା ଦେଇନାହିଁ। ପୋଷ୍ଟମର୍ଟମ ରିପୋର୍ଟ ଓ ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି। ଘଟଣାକୁ ନେଇ ପୁଲିସ ବିଭାଗରେ ଆଲୋଡ଼ନ ସୃଷ୍ଟି ହୋଇଥିବାବେଳେ ତଦନ୍ତକାରୀ ଟିମ୍ ସମସ୍ତ ଦିଗକୁ ନଜରରେ ରଖି ତଦନ୍ତ ଜାରି ରଖିଛି। ଘଟଣା ସମ୍ପର୍କରେ ଅଧିକ ତଥ୍ୟ ଓ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରାଯାଉଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial