ଢେଙ୍କାନାଳ ଜିଲ୍ଲା ଗଁଦିଆକୁ ମିଳିଲା ଏନଏସିର ମାନ୍ୟତା, ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ ।

ଗତକାଲି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଥିଲେ । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ ଜିଲ୍ଲାର ସହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁର, ଢେଙ୍କାନାଳ ଜିଲ୍ଲାର ଗଁନ୍ଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଏବଂ ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡୀଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା ଏବଂ ଜୟପାଟଣା, ଖୋର୍ଦ୍ଧା ଜିଲ୍ଲାରୁ ଟାଙ୍ଗୀ, କୋରାପଟୁ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା, ଯଶୀପୁର ଓ ରାସଗୋବିନ୍ଦପୁରକୁ ନୂଆ ଏନଏସି ଭାବେ ଘୋଷଣା କରିଥିଲେ । ସେହିପରି ବର୍ତ୍ତମାନ ଏନଏସି ଥିବା ମୟୂରଭଞ୍ଜର କରଞ୍ଜିଆକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରାଯାଇଛି । ଏହାସହ ବୌଦ୍ଧ ଜିଲ୍ଲାର ବୌଦ୍ଧ, ଗଞ୍ଜାମ ଜିଲ୍ଲାର ସର୍ବାଧିକ ଭଞ୍ଜନଗର, ଆସ୍କା, ଛତ୍ରପୁର, କବିସୂର୍ଯ୍ୟନଗର ଓ ପୋଲସରାକୁ ନୂଆ ମ୍ୟୁନିସିପାଲଟି ଭାବେ ଘୋଷଣା କରିଛନ୍ତି ।

ଏହିପରିପେକ୍ଷୀରେ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଜନ୍ମମାଟି ଢେଙ୍କାନାଳ ଜିଲ୍ଲାର ଗଁଦିଆକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ଘୋଷଣା କରିବା ପରେ ଢେଙ୍କାନାଳ ଜିଲ୍ଲା ଗଁଦିଆ ଠାରେ ସ୍ଥାନୀୟ ମୁରବୀ, ଜନପ୍ରତିନିଧି, ବୁଦ୍ଧିଜୀବୀ, ଦଳୀୟ ନେତା, କାର୍ଯ୍ୟକର୍ତ୍ତା, ସମର୍ଥକ, ବିଭିନ୍ନ ବର୍ଗର ଜନସାଧାରଣ ଏବଂ ଗଁଦିଆ ଏନଏସି କ୍ରିୟାନୁଷ୍ଠାନ କମିଟିର ସମସ୍ତ ସଦସ୍ୟଙ୍କ ପକ୍ଷରୁ ଏକ ବିରାଟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମର ଆୟୋଜନା କରାଯାଇଥିଲା ।ଯେଉଁଥିରେ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା । ୫୬ ବର୍ଷର ଅବସାନ ଘଟାଇ ଦୀର୍ଘଦିନର ଦାବିକୁ ପୂରଣ କରିଥିବାରୁ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଗଁଦିଆ ଅଞ୍ଚଳବାସୀ । ଏହି ଅବସରରେ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗଁଦିଆକୁ ଏନଏସିର ମାନ୍ୟତା ଦେଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)