ଅକ୍ଷର ବ୍ୟୁରୋ: ଆସନ୍ତାକାଲିଠୁ ରତ୍ନଭଣ୍ଡାର ଗଣତି ମଣତି ସ୍ଥଗିତ । ଗଣତି ସ୍ଥଗିତ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ଏହି ପ୍ରକ୍ରିୟା ଜୁନ୍ ମାସରେ ପୁନର୍ବାର ଆରମ୍ଭ କରିବାକୁ ସ୍ଥିର କରାଯାଇଛି । ଆସନ୍ତା ସପ୍ତାହରୁ ଛତିଶା ନିଯୋଗ ଓ ପରିଚାଳନା କମିଟିର ବୈଠକଗୁଡ଼ିକ କ୍ରମାଗତ ଭାବେ ଆୟୋଜିତ ହେବ । ସେଥିପାଇଁ ଗଣିତି ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି । ବର୍ତ୍ତମାନର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ, ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଭିଡ଼, ଏବଂ ମହାପ୍ରଭୁଙ୍କ ଆଗାମୀ ପର୍ବପର୍ବାଣୀ, ବିଶେଷକରି ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଦୃଷ୍ଟିରେ ରଖି, ପରବର୍ତ୍ତୀ ପର୍ଯ୍ୟାୟ ପାଇଁ ଯୋଜନା ପ୍ରସ୍ତୁତ କରିବା ଆବଶ୍ୟକ ସେଥିପାଇଁ ଗଣତିକୁ ସ୍ଥଗିତ ରଖାଯାଇଛି ।
ରତ୍ନଭଣ୍ଡାର ଗଣତି ପ୍ରକ୍ରିୟା ଆମ ସମସ୍ତଙ୍କ ପାଇଁ ଏକ ଦିବ୍ୟ ଅନୁଭୂତି । ମହାପ୍ରଭୁଙ୍କ କୃପାରୁ ସମଗ୍ର ପ୍ରକ୍ରିୟା ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ, ସୁଚାରୁ ତଥା ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହିତ ଆଗେଇ ଚାଲିଛି । ଗଜପତି ମହାରାଜାଙ୍କ ମାର୍ଗଦର୍ଶନ, ଉଚ୍ଚସ୍ତରୀୟ ଓ ପରିଚାଳନା କମିଟିର ପରାମର୍ଶ, ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ସାଥୀଅଧିକାରୀ ଏବଂ ବିଶେଷକରି ସେବକବନ୍ଧୁମାନଙ୍କ ଅକୁଣ୍ଠ ସହଯୋଗ ଯୋଗୁଁ ଏହା ସମ୍ଭବ ହୋଇପାରୁଛି । ଆଜିର ଗଣତି କାର୍ଯ୍ୟ ପୂର୍ବ ପ୍ରସ୍ତୁତି ଅନୁୟାୟୀ ଚାଲିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ।












Leave a Reply