ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ରିଜିଅନ୍‌ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ଇକୋନୋମିକ୍‌ ରିଜିଅନ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଲୋକସଭା ଭବନରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଛି । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇ କହିଛନ୍ତି ଯେ ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ମାଧ୍ୟମରେ ଏକ ସମୃଦ୍ଧ ଓଡ଼ିଶା ଗଠନ ଆମ ସରକାରଙ୍କ ପ୍ରମୁଖ ଲକ୍ଷ୍ୟ । ଏହି ଦିଗରେ ନୀତି ଆୟୋଗଙ୍କ ସହଯୋଗରେ ପ୍ରସ୍ତୁତ ‘ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ଇକୋନୋମିକ୍ ରିଜିଅନ୍’ (BCPPER) ଯୋଜନା ରାଜ୍ୟର ଭିତ୍ତିଭୂମି ଓ ଅର୍ଥନୀତି କ୍ଷେତ୍ରରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି । ସେହି କ୍ରମରେ ​ଆଜି ଲୋକ ସେବା ଭବନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ରୋଡ଼ମ୍ୟାପ୍‌ର ଶୁଭାରମ୍ଭ କରାଯାଉଛି । ଏହା ସହ ବିଭିନ୍ନ ବୈଷୟିକ ଅଧିବେଶନ ଓ ଚର୍ଚ୍ଚା-ଆଲୋଚନା ମାଧ୍ୟମରେ ଏହି ଅଞ୍ଚଳଗୁଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ, ଐତିହ୍ୟ, ଶିଳ୍ପ ଏବଂ ଲଜିଷ୍ଟିକ୍ସ ହବ୍‌ରେ ପରିଣତ କରିବା ପାଇଁ ରଣନୀତି ମଧ୍ୟ ପ୍ରସ୍ତୁତ କରାଯିବ । ​ଏହି ଦୂରଦୃଷ୍ଟି ସମ୍ପନ୍ନ ପ୍ରୟାସ ୨୦୩୬ ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଏବଂ ୨୦୪୭ ସୁଦ୍ଧା ‘ବିକଶିତ ଭାରତ’ ସ୍ୱପ୍ନକୁ ସାକାର କରିବା ଦିଗରେ ଏକ ସୁଦୃଢ଼ ସ୍ତମ୍ଭ ସାଜିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)