ଅକ୍ଷର ବ୍ୟୁରୋ: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିୀପତ୍ର ପ୍ରତ୍ୟାହାରର ଶେଷ ଦିନ । ସେପେଟ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ମୋଟ୍ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ନାମାଙ୍କନପତ୍ର ନାକଚ ହୋଇଛି । ବହୁଜନ ସମାଜ ପାର୍ଟିର ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରାଙ୍କ ସହ ୩ ଜଣ ସ୍ୱାଧୀନ ପ୍ରାର୍ଥୀ ପୁରୁଷୋତ୍ତମ ବେହେରା, କମଳ ଛତ୍ରିଆ ଏବଂ ଭୁଜବଳ ଆଡ଼ବଙ୍ଗାଙ୍କ ପ୍ରାର୍ଥିତ୍ୱ ନାକଚ ହୋଇଛି ।
ସେପଟେ ଖୁବଶୀଘ୍ର ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବା ପାଇଁ ଦୁଇ ତିନି ଦିନ ଭିତରେ ନୂଆପଡା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ, ବିଜେଡିର ସ୍ନେହାଙ୍ଗିନୀ ଛୁରିଆ, କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନାଙ୍କ ସହ ୮ଜଣ ସ୍ୱାଧୀନ ପ୍ରାର୍ଥୀଙ୍କ ନାମାଙ୍କନପତ୍ର କାଏମ୍ ରହିଛି । ସେପଟେ ନୂଆପଡ଼ାରେ ଜମୁଛି ପ୍ରଚାର । ତିନିଦଳ ମତଦାତାଙ୍କୁ ନିଜ ନିଜ ସପକ୍ଷରେ କରିବା ପାଇଁ ଦିନରାତି ଏକ କରିଦେଇଛନ୍ତି ।












Leave a Reply