ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ।

ଅକ୍ଷର ବ୍ୟୁରୋ: ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)