ରାଜ୍ୟରେ ଅତ୍ୟାବଶ୍ୟକ ଦ୍ରବ୍ୟର କୃତ୍ରିମ ଅଭାବ; ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ଉଚ୍ଚସ୍ତରୀୟ ବୈଠକ ।

ଅକ୍ଷର ବ୍ୟୁରୋ: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକ ଦ୍ରବ୍ୟର କୃତ୍ରିମ ଅଭାବ ଦେଖାଦେଉଛି । ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସଂପର୍କରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଆୟୋଜିତ ହୋଇଛି । କୃତ୍ରିମ ଅଭାବ ସୃଷ୍ଟି କରୁଥିବା ଅସାଧୁ ବ୍ୟବସାୟୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ଆବଶ୍ୟକତା ଅନୁଯାୟୀ ପେଟ୍ରୋଲିୟମ, ଗ୍ୟାସ  ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ଅଛି । ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଯେପରି ଅତ୍ୟାବଶ୍ୟକ ଦ୍ରବ୍ୟ ଗୁଡ଼ିକର କଳାବଜାରୀ ନହୁଏ, ସେଥିପ୍ରତି ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏଥିସହ ରାଜ୍ୟବ୍ୟାପୀ ଚଢ଼ାଉ କରି ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରବିଋତୁ ଚାଷ ପାଇଁ ଯଥେଷ୍ଟ ସାର ମହଜୁଦ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଏ ସମସ୍ୟା ବିଷୟରେ ରାଜ୍ୟବାସୀ ଯେପରି ଆଶଙ୍କିତ ନ ହୁଅନ୍ତି, ସେଥିପ୍ରତି ସରକାରୀସ୍ତରରେ ବ୍ୟାପକ ଜନ ସଚେତନତା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ. ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଗୃହ ଓ ନଗରଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ ପ୍ରମୁଖ ଉପସ୍ଥିତ ରହିଥିଲେ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)