ଅକ୍ଷର ବ୍ୟୁରୋ: ଆଜିଠୁ ପୁଣି ଚାଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି ମଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା । ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ସମସ୍ୟା ସୃଷ୍ଟି ହେବ ନାହିଁ ସେଥିପାଇଁ ଗଣତି ମଣତି କାର୍ଯ୍ୟ ବନ୍ଦ ରଖାଯାଇଥିଲା । ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଆଜିଠୁ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ । ପରେ ଆଉ କେଉଁ ଦିନ ଗଣତି ମଣତି କାର୍ଯ୍ୟ କରାଯିବ ସେନେଇ ସୂଚନା ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି ।
ଆଜିଠୁ ଦୁଇଦିନ ଧରି ଚାଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ ।












Leave a Reply