ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଅକ୍ଷର ବ୍ୟୁରୋ: ଆଜିଠୁ ରାଜ୍ୟରେ ବଢିବ ତାପମାତ୍ରା । ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ । ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିଭଳି ରାୟଗଡ଼ାରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପାଗ ଶୁଖିଲା ରହିବା ସହ କିଛି ସ୍ଥାନରେ କୋହଲା ପାଗ ଦେଖାଯିବ । ସେପଟେ ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏଥିପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)