ଅକ୍ଷର ବ୍ୟୁରୋ: ପ୍ରଥମଥର ପାଇଁ ବିଧାନସଭାରେ ଉଦବୋଧନ ଦେବେ ରାଷ୍ଟ୍ରପତି । ବର୍ତ୍ତମାନ କଡ଼ା ସୁରକ୍ଷା ଭିତରେ ବିଧାନସଭାରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି । ବିଧାନସଭାରେ ତାଙ୍କୁ ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ଏହା ସହ କେନ୍ଦ୍ରମନ୍ତ୍ରୀ, ମନ୍ତ୍ରୀ ଓ ବିଧାୟକ ମଧ୍ୟ ସ୍ୱାଗତ କଲେ । ପୂର୍ବରୁ କୌଣସି ରାଷ୍ଟ୍ରପତି ଓଡ଼ିଶା ବିଧାନସଭାରେ ଉଦବୋଧନ ଦେଇନଥିଲେ । ତେଣୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଶୁଣିବା ପାଇଁ ସମସ୍ତ ବିଧାୟକଙ୍କ ବ୍ୟତୀତ ପୂର୍ବତନ ବିଧାୟକ, ସରକାରଙ୍କର ବରିଷ୍ଠ ପଦାଧିକାରୀ ଏବଂ କେତେକ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରଣ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ବିଧାନସଭା ଏବଂ ରାଜ୍ୟ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତି ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ଓଡ଼ିଶା ସରକାରରେ ବାଣିଜ୍ୟ, ପରିବହନ, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଥିବାବେଳେ ବିଧାନସଭାର ୧୧ ନମ୍ବର ପ୍ରକୋଷ୍ଠରେ ବସୁଥିଲେ । ଏହି ପ୍ରକୋଷ୍ଠରେ ରାଷ୍ଟ୍ରପତି କିଛି ସମୟ ବିତାଇ ପୁରୁଣା ସ୍ମୃତିକୁ ଯେପରି ମନେ ପକାଇବେ ସେଥିପାଇଁ ଏହି ପ୍ରକୋଷ୍ଠକୁ ନୂଆ ରୂପ ଦିଆଯାଇଛି । ବିଧାନସଭାରେ କାର୍ଯ୍ୟକ୍ରମ ଶେଷ ପରେ ରାଷ୍ଟ୍ରପତି ରାଜଭବନ ଫେରି ରାଜ୍ୟପାଳଙ୍କ ସ୍ୱତନ୍ତ୍ର ନୈଶ୍ୟ ଭୋଜିରେ ଯୋଗଦେବେ । ୨୮ତାରିଖ ପୂର୍ବାହ୍ଣ ୯ଟା ୧୫ରେ ରାଷ୍ଟ୍ରପତି ଓଡ଼ିଶାରୁ ଲକ୍ଷ୍ନୌ ଅଭିମୁଖେ ଯିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୨୦୦ ଅଫିସର ଓ ୨୫ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି ।
କଡ଼ା ସୁରକ୍ଷା ଭିତରେ ବିଧାନସଭାରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ।












Leave a Reply