ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ; ଏକାସାଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ବାହାରିବ ରେଜଲ୍ଟ ।

ଅକ୍ଷର ବ୍ୟୁରୋ: ଆଜି ପ୍ରକାଶ ପାଇବ +2 ପରୀକ୍ଷା ରେଜଲ୍ଟ । ଦିନ ସାଢେ ୧୨ଟାରେ ଏକାସାଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ । ଛାତ୍ରଛାତ୍ରୀମାନେ www.orissaresults.nic.in ଓ www.chseodisha.nic.in ଓ୍ୱେବ୍ସାଇଟରେ ପରୀକ୍ଷା ଫଳ ଦେଖିପାରିବେ । ଏହାସହ ସାମସ୍ କଲେଜ ଲଗଇନ୍ ଜରିଆରେ ପରୀକ୍ଷା ଫଳ ଉପଲବ୍ଧ ହେବ । ଛାତ୍ରଛାତ୍ରୀମାନେ ନିଜର ଡିଜିଲକର ଆକାଉଣ୍ଟରୁ ମଧ୍ୟ ମାର୍କସିଟ୍ ଡାଉନଲୋଡ୍ କରିପାରିବେ ।

ପରୀକ୍ଷା ଫଳ ପ୍ରକାଶନକୁ ନେଇ CHSE କାର୍ଯ୍ୟାଳୟରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ପରୀକ୍ଷା ଫଳ ଲୋକାର୍ପଣ କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ ସଚିବ ଏନ୍‌ ତିରୁମାଲା ନାଏକ, ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ମୃଣାଳକାନ୍ତି ଦାସ, ସଚିବ ଶୁଭ୍ରାବାଳା ପରିଡ଼ା ଓ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ରହିବେ । ଚଳିତ ବର୍ଷ ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପ୍ରାୟ ୪ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟରେ ବାର୍ଷିକ ପରୀକ୍ଷା ଦେଇଥିଲେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)