ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ଝଡ଼ବର୍ଷା ନେଇ ପୂର୍ବାନୁମାନ; ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

ଅକ୍ଷର ବ୍ୟୁରୋ: ରାଜ୍ୟରେ ପାଗରେ ପରିବର୍ତ୍ତନ । କମିଛି ଖରା ତାଉ । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେଉଛି । କୁଆପଥର ମାଡ଼ ବି ହେଉଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ଏଭଳି ଝଡ଼ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ଦକ୍ଷିଣ ଓଡ଼ିଶା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେସବୁ ଜିଲ୍ଲାର କିଛି ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ । ତେବେ ୨୦ ତାରିଖରୁ ଝଡ଼ବର୍ଷାର ପ୍ରଭାବ ଅଧିକ ରହିବ । ୨୦ ଓ ୨୧ ତାରିଖ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡ଼ିଘଡ଼ି ସହ ପ୍ରବଳ ବର୍ଷା ପବନ ନେଇ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । କୁଆପଥର ମାଡ଼ ବି ହେବା ସମ୍ଭାବନା ରହିଛି । ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୫୦-୬୦ ଓ ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)