ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ; ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍ ।

ଅକ୍ଷର ବ୍ୟୁରୋ: ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ । ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍ । ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ । ବାହାର ଲୋକଙ୍କୁ ନୂଆପଡ଼ା ଛାଡ଼ିବାକୁ କଡ଼ା ନିର୍ଦ୍ଦେଶ । ଭୋଟିଂ ର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ । ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶରେ ମତଦାନ କରିବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି । ଯାହାକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ପ୍ରଶାସନକୁ କୁହାଯାଇଛି । ମତଦାନର ୪୮ ଘଣ୍ଟା ପୂର୍ବର ଅବଧି ଅର୍ଥାତ ନୀରବ ଅବଧି, କୌଣସି ରାଜନୈତିକ ପ୍ରଲୋଭନ କିମ୍ବା ପ୍ରଚାର ଦ୍ୱାରା ପ୍ରଭାବିତ ନ ହୋଇ, ଭୋଟରମାନଙ୍କୁ ସେମାନଙ୍କ ମତଦାନର ନିରପେକ୍ଷ ନିଷ୍ପତ୍ତି ନିର୍ଣ୍ଣୟ କରିବା ପାଇଁ ଯୋଗାଇ ଦିଆ ଯାଇଥାଏ ।

ନୀରବ ଅବଧି ପୂର୍ବରୁ, ସମସ୍ତ ପ୍ରକାରର ପ୍ରଚାର କାର୍ଯ୍ୟ ସରିବ । ସମସ୍ତ ରାଜନୈତିକ ବ୍ୟକ୍ତିବିଶେଷ ଏବଂ କାର୍ଯ୍ୟକର୍ତ୍ତା, ଯେଉଁମାନଙ୍କୁ ସମ୍ପୃକ୍ତ ନିର୍ବାଚନ ମଣ୍ଡଳୀ ବାହାରୁ ଅଣାଯାଇଥାଏ, ପ୍ରଚାର ଅବଧି ଶେଷ ହେବା ପରେ ସେମାନେ ସେହି ନିର୍ବାଚନ ମଣ୍ଡଳୀରେ ଆଉ ରହି ପାରିବେ ନାହିଁ । ଏହାସହ କଲ୍ୟାଣ ମଣ୍ଡପ କିମ୍ବା କମ୍ୟୁନିଟି ହଲ୍ ଇତ୍ୟାଦିରେ କୌଣସି ବାହାର ଅଞ୍ଚଳର ଲୋକ ରହୁଛନ୍ତି କି ନାହିଁ ତାହା ପୁଲିସ୍ ଯାଞ୍ଚ କରିବ । ଲଜ୍ ଓ ଅତିଥି ଗୃହ ଗୁଡ଼ିକର ଅତିଥି ତାଲିକାର ମଧ୍ୟ ଯାଞ୍ଚ କରାଯିବ । ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ କୌଣସି ସାଧାରଣ ସଭା କିମ୍ବା ଶୋଭାଯାତ୍ରା ଆୟୋଜନ ହେବ ନାହିଁ । ନିର୍ବାଚନ ମଣ୍ଡଳୀରେ କେବଳ ସ୍ଥାନୀୟ ଭୋଟରମାନେ ରହୁଛନ୍ତି କି ନାହିଁ ତାହା ସୁନିଶ୍ଚିତ କରିବା ପାଇଁ ପରିଚୟ ପତ୍ର ଯାଞ୍ଚ କରିବେ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)