ଆଜି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ; ଏଥର ୪ ଆସନ ପାଇଁ ନାମାଙ୍କନ ଭରିବେ ୫ଜଣ ପ୍ରାର୍ଥୀ ।

ଅକ୍ଷର ବ୍ୟୁରୋ: ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଥିବାରୁ ଓ ଆଜି ଶେଷ ଦିନ ହୋଇଥିବାରୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ଏଥର ୫ଜଣ ପ୍ରାର୍ଥୀ ନାମାଙ୍କନ ଭରିବେ । ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି ଦୁଇ ଜଣଙ୍କ ନାଁ ସ୍ପଷ୍ଟ ହୋଇ ସାରିଛି । ପ୍ରଥମ ଦୁଇ ଆସନ ପାଇଁ ବିଜେପିର ମନମୋହନ ସାମଲ ଓ ସୁଜିତ କୁମାର ପ୍ରାର୍ଥୀ ହୋଇଥିବାବେଳେ ତୃତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ବିଜେଡିର ସଂତୃପ୍ତ ମିଶ୍ର । ତେବେ ଚତୁର୍ଥ ଆସନ ପାଇଁ ଏଥର ହେବ ରୋଚକ ଲଢେଇ । କାରଣ ଚତୁର୍ଥ ଆସନରେ ବିଜେଡି କମନ୍ କ୍ୟାଣ୍ଡେଟ୍ ଭାବେ ଦତ୍ତ୍ବେଶ୍ବର ହୋତାଙ୍କ ନାଁ ଘୋଷଣା କରିଥିବାବେଳେ ସମର୍ଥନ ଘୋଷଣା କରିଛି କଂଗ୍ରେସ । ଏପଟେ ଚତୁର୍ଥ ସିଟ୍ ପାଇଁ ବିଜେପି ସମର୍ଥନ ସହ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ଦିଲ୍ଲୀପ ରାୟ । 

ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଛି କିନ୍ତୁ ଫେବ୍ରୁଆରୀ ୨୬ରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ବି ଏପର୍ୟ୍ୟନ୍ତ କେହି ନାମାଙ୍କନ ଦାଖଲ କରିନାହାନ୍ତି । ମାର୍ଚ୍ଚ ୫ତାରିଖ ନାମାଙ୍କନର ଶେଷ ଦିନ ହୋଇଥିବାରୁ ଆଜି ସମସ୍ତେ ନାମାଙ୍କନ ଦାଖଲ କରିବେ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୬ମାର୍ଚ୍ଚରେ ରାଜ୍ୟସଭା ଆସନ ପାଇଁ ହେବ ଭୋଟ୍ । ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ ହେବ । ସେହିଦିନ ଅପରାହ୍ଣ ୫ଟାରେ ଭୋଟ୍ ଗଣତି ହୋଇ ଫଳ ପ୍ରକାଶିତ ହେବ । ତେବେ ଓଡ଼ିଶାର ୪ ଆସନ ସମେତ ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେଉଛିି ନିର୍ବାଚନ ।  

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)