ଆଜି ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର; ସକାଳ ୧୦ଟାରୁ ସାଧାରଣ ଦର୍ଶନ ବନ୍ଦ କରାଯାଇ ଆରମ୍ଭ ହୋଇଛି ସ୍ଥାନାନ୍ତର ପ୍ରକ୍ରିୟା ।

ଆଜି ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର । ଏଥିପାଇଁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା । ସକାଳ ୧୦ଟାରୁ ବନ୍ଦ କରାଯାଇଛି ସାଧାରଣ ଦର୍ଶନ । ଆଜି ସ୍ଥାନାନ୍ତର ପ୍ରକ୍ରିୟା ନେଇ ଗତକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଅଳଙ୍କାର ସ୍ଥାନାନ୍ତର ପାଇଁ କ’ଣ ସଵୁ ବ୍ୟବସ୍ଥା ହେବ ସେନେଇ ବୈଠକରେ ଆଲୋଚନା ହୋଇଛି । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଅଳଙ୍କାର ସ୍ଥାନାନ୍ତର ହେବ । ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଅଳଙ୍କାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଉପସ୍ଥିତିରେ ସ୍ଥାୟୀ ରତ୍ନଭଣ୍ଡାରକୁ ନିଆଯିବ । ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ । ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ । ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)