ଅକ୍ଷର ବ୍ୟୁରୋ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଅପରାହ୍ଣରେ ଭକ୍ତଙ୍କ ପାଇଁ ଦର୍ଶନ କଟକଣା ରହିବ । ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇବେ ନାହିଁ । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିଲେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ମହାପ୍ରଭୁଙ୍କର ଏହା ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ଉପରେ କଟକଣା ରଖାଯିବ । ଅପରାହ୍ଣ ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ।












Leave a Reply