ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତା ଲାଗି ନୀତି; ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ।

ଅକ୍ଷର ବ୍ୟୁରୋ: ଶ୍ରୀମନ୍ଦିରରେ ଆସନ୍ତାକାଲି ଅର୍ଥାତ୍ ସୋମବାର ଦିନ ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହା ଦଇତାପତି ସେବକଙ୍କ ଗୋଷ୍ଠୀଗତ ସେବା । ଅପରାହ୍ଣରୁ ସନ୍ଧ୍ୟା ସମୟରେ ଏହି ନୀତି ସମ୍ପନ୍ନ ହେବ । ଏହି ଗୁପ୍ତ ନୀତି ସମୟରେ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ସ୍ୱତନ୍ତ୍ର ସେବା ହୋଇଥାଏ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି । ସୋମବାର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ପଇତା ଲାଗି ସମୟ ଧାର୍ଯ୍ୟ ହେବ ବୋଲି ସେବକମାନେ କହିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)