ଛତିଶଗଡ଼ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀ ନିହତ ।

ଅକ୍ଷର ବ୍ୟୁରୋ: ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ଦୁଇ ମାଓବାଦୀ ନିହତ ହୋଇଛନ୍ତି । ଖବର ଅନୁଯାୟୀ, ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଦୀର୍ଘ ସମୟ ଧରି ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ଏହାସହିତ ଘଟଣାସ୍ଥଳରୁ SLR ଓ INSAS ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)