ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଝଟକା ସହ ପବନ ଓ କୁଆପଥର ବର୍ଷା ହୋଇପାରେ। ସୂଚନା ଅନୁଯାୟୀ,ଶନିବାର ଓ ରବିବାର ସନ୍ଧ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହିତ ବଜ୍ରପାତ ହୋଇଛି। ସୋମବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ୪୦ରୁ ୫୦କିମି ବେଗରେ ପବନ ବହିବ। ୬ ତାରିଖରେ (ମଙ୍ଗଳବାର) ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୭ ତାରିଖରେ ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି। ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ। ୯ ଓ ୧୦ ତାରିଖରେ ବି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି।
ଆସନ୍ତା ଦୁଇଦିନ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ।














Leave a Reply