ଓଡ଼ିଶା ସରକାରଙ୍କ ଏସଇବିସି ତାଲିକାରେ ଥିବା ୧୪ଟି ଜାତିକୁ ଓବିସି ତାଲିକାରେ ସାମିଲ କରିବାକୁ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଅକ୍ଷର ବ୍ୟୁରୋ: ଓଡ଼ିଶା ସରକାରଙ୍କ ଏସଇବିସି ତାଲିକାରେ ଥିବା ଖଣ୍ଡାୟତ, ପାଇକ, ଚଷା ପାଇକ ଏବଂ କଳିଙ୍ଗୀ ଶୂଦ୍ର ଖଣ୍ଡାୟତଙ୍କ ସହ ମୋଟ୍ ୧୪ଟି ଜାତିକୁ ଓବିସି ତାଲିକାରେ ସାମିଲ କରାଯିବା ନେଇ ଯୋଜନା । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରୀୟ ପଛୁଆ ବର୍ଗ ଅଧ୍ୟକ୍ଷ ହଂସରାଜ ଗଙ୍ଗାରାମ୍ ଅହିରଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି । ଏସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ।

ଚିଠିରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ଖଣ୍ଡାୟତ, ପାଇକ, ଚଷା ପାଇକ, ଆଳିଆ, ପାଇକାଳି, କଳିଙ୍ଗୀ ଶୂଦ୍ର ଖଣ୍ଡାୟତ, ମହାନାୟକ ଶୂଦ୍ର, ଓଡ଼-ଖଣ୍ଡାୟତ, ବୟାଳିଶା, ଓଡ଼, ଓଡ଼ ପାଇକ, ଓଡ଼ ପାଇକୋ, ହଳଦିଆ ତେଲି ଏବଂ ରାଜଶ୍ରୀବଳାସୀ/ବଳାସୀ ଜାତିକୁ କେନ୍ଦ୍ରୀୟ ଓବିସି ତାଲିକାରେ ସାମିଲ କରାଯାଉ । ରାଜ୍ୟ ଏସଇବିସି ତାଲିକାରେ ଥିବା ଅନେକ ଜାତି କେନ୍ଦ୍ରୀୟ ଓବିସି ତାଲିକାରେ ନଥିବାରୁ ଏହି ସମାଜର ଲୋକମାନେ କେନ୍ଦ୍ର ସରକାରଙ୍କ ଚାକିରି, ଶିକ୍ଷା ଓ ବୈଷୟିକ ଶିକ୍ଷାନୁଷ୍ଠାନରେ ନାମଲେଖା ତଥା ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନାରେ ସଂରକ୍ଷଣର ଲାଭ ପାଇବାରୁ ବଞ୍ଚିତ ହେଉଛନ୍ତି । କେନ୍ଦ୍ରୀୟ ଓବିସି ତାଲିକାରେ ଏହି ବର୍ଗର ଜାତିଙ୍କୁ ସାମିଲ କରାଗଲେ ସେମାନଙ୍କର ସାମାଜିକ-ଅର୍ଥନୈତିକ ବିକାଶ ଘଟିବ । ଓଡ଼ିଶାର ଏହି ବୃହତ୍ ସମାଜକୁ ସେମାନଙ୍କର ଅଧିକାର ଦେବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ହେବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)