ପୁରୀରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ଚୌହାନ ।

ଅକ୍ଷର ବ୍ୟୁରୋ: ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ଚୌହାନ । ପତ୍ନୀଙ୍କ ସହ ମିଶି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ପୁରୀରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଥିଲା । କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରିବା ସହ ପାର୍ଶ୍ଵ ଦେବାଦେବୀଙ୍କୁ ମଧ୍ୟ ଦର୍ଶନ କରି ନିଜକୁ ଧନ୍ୟମନେ କରିଛନ୍ତି । ଶ୍ରୀମନ୍ଦିରକୁ ଯିବା ସମୟରେ ବ୍ୟାରିକେଡ଼ରେ ଥିବା ଭକ୍ତମାନଙ୍କୁ ହାତ ହଲାଇ ଅଭିବାଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)