୩ ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ସତର୍କ ସୂଚନା; ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟର ୧୫ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କନ୍ଧମାଳ ଏବଂ ମୟୂରଭଞ୍ଜ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । 

ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୧୦ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)