ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ; ଆଜି ଅପରାହ୍ନରେ  ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଅକ୍ଷର ବ୍ୟୁରୋ: ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ଓ ସିପିଆଇଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଏହାକୁ ସମର୍ଥନ କରିଛନ୍ତି । ଶୋକ ପ୍ରସ୍ତାବ ପରେ ବାଚସ୍ପତି ଗୃହ ମୁଲତବୀ ଘୋଷଣା କରିଛନ୍ତି । ଅପରାହ୍ଣ ସାଢେ ୪ଟା ଯାଏଁ ବିଧାନସଭା ମୁଲତବୀ ରହିଛି । ଆଜି ଅପରାହ୍ଣ ସାଢେ ୪ଟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହରେ ଅଭିଭାଷଣ ରଖିବେ । ତେଣୁ ୩ଟା ୪୫ ସୁଦ୍ଧା ଗୃହର ସମସ୍ତ ସଦସ୍ୟ ଉପସ୍ଥିତ ରହିବାକୁ ଅନୁରୋଧ କରିଛନ୍ତି ବାଚସ୍ପତି । ନିଜ ନିର୍ବାଚନ କ୍ଷେତ୍ର ସିଟ୍‌ରେ ବସିବାକୁ କୁହାଯାଇଛି । 

ପ୍ରକାଶ ଥାଉକି, ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ଚଳିତ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିଛି । ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ଡିସେମ୍ବର ୪ରୁ ବିଭିନ୍ନ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବି ଆଲୋଚନା ଆରମ୍ଭ ହେବ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)