ଅକ୍ଷର ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା । ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏଥିସହିତ ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏ ନେଇ ଉତ୍ତର ଓଡ଼ିଶାର ୩ ଏବଂ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୨୦ ତାରିଖ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ରାଜ୍ୟରେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନର ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ତା ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।
ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା; ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ।












Leave a Reply