ଅକ୍ଷର ବ୍ୟୁରୋ: କାଳବୈଶାଖୀ ଝଡବର୍ଷାକୁ ନେଇ ୩ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି । ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କାଳବୈଶାଖୀ ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିମି ରହିବ । ଏହା ସମେତ ଉପକୂଳ,ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ୨୦ଟି ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ପରେ କମିବ ବର୍ଷା । ଫେରିବ ଗରମ ଗୁଳୁଗୁଳି । କିଛିଦିନ ଧରି କାଳବୈଶାଖୀ ପାଇଁ ତାତିରୁ ବଡ଼ ଆଶ୍ଵସ୍ତି ମିଳିଥିଲା । ହେଲେ ଏବେ ଫୁଣି ଉପରମୁହାଁ ହେବ ପାରଦ ।
ଶନିବାରଠୁ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁବ । ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଘାଣ୍ଟି ହେବ । ଏଭଳି ପୂର୍ବାନୁମାନ ଦେଖାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, ୩ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ । ୧୦ ତାରିଖରେ ଉପକୂଳ ଓଡ଼ିଶାର ଭୁବନେଶ୍ଵରରେ ପାରଦ ୩୮ ଡିଗ୍ରୀ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ । ୧୧ ତାରିଖରେ ଝାରସୁଗୁଡ଼ା ୪୧ ଡିଗ୍ରୀ ଛୁଇଁଯିବ ତାପମାତ୍ରା । ଅନ୍ୟପଟେ ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଛଟପଟ ହେବ । ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ଅନୁଭୂତ ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।












Leave a Reply