ଅକ୍ଷର ବ୍ୟୁରୋ: ରାଜ୍ୟରେ ଏବେ କାଳବୈଶାଖୀର ପ୍ରଭାବ ଜାରି ରହିଥିବାବେଳେ ଦିନବେଳା ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଭୁବନେଶ୍ୱର ସମେତ ଏକାଧିକ ସ୍ଥାନର ହିଟ୍ ଇଣ୍ଡେକ୍ସ ଅଧିକ ରହୁଥିବାରୁ ରେକର୍ଡ ତାପମାତ୍ରା ଠାରୁ ଅଧିକ ତାତି ଅନୁଭବ ହେଉଛି। ତେବେ ଏଭଳି ସ୍ଥିତି ଆଉ ଗୋଟିଏ ଦିନ ଲାଗି ରହିବ ଏବଂ ଏହା ପରେ ପାଗ ବଦଳିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଶନିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇ ଥିବା ବେଳେ ୧୫ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ହେବା ନେଇ ସୂଚନା ଦିଆଯାଇଛି | ଏଥିସହିତ ଶୁକ୍ରବାର ୧୧ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅସହ୍ୟ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି










Leave a Reply