ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୯ ତାରିଖ ଯାଏଁ ଏହା ସକ୍ରିୟ ରହିବା ସହ ରାଜ୍ୟରେ ବଜ୍ରପାତ ଜନିତ ବର୍ଷା ଜାରି ରହିବ । ବିଶେଷକରି ଉପକୂଳ ଓ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ, ତେବେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଏହାର ପ୍ରଭାବ ଦେଖାଯିବ। ଆସନ୍ତା ୨୪ ଘଣ୍ଟା ପାଇଁ ୨୪ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ ।
ସାଧାରଣତଃ ଓଡ଼ିଶାରୁ ମୌସୁମୀ ବିଦାୟ ନେବାର ସମୟ ୧୫ ତାରିଖ ହୋଇଥିବା ବେଳେ ଆଗାମୀ ୫ ଦିନରେ ମୌସୁମୀ ବିଦାୟ ନେବା ପାଇଁ ପାଗ ଅନୁକୂଳ ନଥିବା ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁଯାୟୀ ୧୭ ଅକ୍ଟୋବର ପରେ ରାଜ୍ୟରୁ ଧୀରେ ଧୀରେ ବାୟୁ ଚଳାଚଳର ଦିଗ ବଦଳିବା ସହିତ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରୁ ମୌସୁମୀ ବାୟୁ ବିଦାୟ ନେବା ପାଇଁ ପାଗ ଅନୁକୂଳ ହେବ । ଏଥିସହ ଅକ୍ଟୋବର ୧ରୁ ଆଜି ପର୍ଯ୍ୟନ୍ତ ୮୬.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ଵାଭାବିକ ଠାରୁ ଅଧିକ ।












Leave a Reply